ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୦ଟି ଜିଲ୍ଲାରେ କୁଆପଥର ମାଡ ସହ ଝଡ଼ବର୍ଷାର ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ କୁଆପଥର ମାଡ ସହ ପ୍ରବଳ ଝଡ଼ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ  କେନ୍ଦ୍ର ରାଜ୍ୟର ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ଘଡ଼ଘଡ଼ି ବର୍ଷା ସହ ୫୦ରୁ ୬୦କିଲୋମିଟର ବେଗରେ ପବନ ବହିବ। ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଝଡ଼ବର୍ଷା ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହି ସମୟରେ ଘରୁ ବହାରିବା ବିପଦପୂର୍ଣ୍ଣ । ତେଣୁ ଝଡ଼ବର୍ଷା ଓ କୁଆପଥର ମାଡ ସମୟରେ ଘରୁ ନବାହାରିକୁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି। ସେହିପରି ଉତ୍ତର ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବେଗରେ ବର୍ଷା ହେବା ସହିତ ଉପରୋକ୍ତା ଜିଲ୍ଲାମାନଙ୍କରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ମଇ ୪ରୁ ୫ ତାରିଖ ଯାଏଁ ସାରା ଓଡିଶାରେ ତାତି କମିବା ସହ ଉପକୂଳ ଓଡିଶାରେ କାଳ ବୈଶାଖୀର ପ୍ରଭାର ଅନୁଭୂତ ହେବ ।

ସମ୍ବନ୍ଧିତ ଖବର