୧୩ ଦଫା ଦାବି ନେଇ ଅଲ୍‌ ଓଡ଼ିଶା ଅଙ୍ଗନବାଡ଼ି ଲେଡିଜ୍‌ ୱାକର୍ସ ସଂଘର ଧାରଣା

ଭୁବନେଶ୍ବର : ୧୩ ଦଫା ଦାବି ନେଇ ଅଲ୍‌ ଓଡ଼ିଶା ଅଙ୍ଗନବାଡ଼ି ଲେଡିଜ୍‌ ୱାର୍କର୍ସ ସଂଘ ପକ୍ଷରୁ ଲୋୟର ପିଏମ୍‌ଜିଠାରେ ଧାରଣା ଜାରି ରହିଛି। ଆଜି ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଧାରଣାରେ ବସି ଦାବି ପୂରଣ ପାଇଁ ଧ୍ୱନି ଦେଇଥିଲେ। ମାସିକ ଭତ୍ତା ସର୍ବନିମ୍ନ ୧୮ ହଜାର ଟଙ୍କା, ସହାୟିକାମାନଙ୍କୁ ମାସିକ ୯ ହଜାର ଟଙ୍କା, ଗାଁ କଲ୍ୟାଣ ସମିତିରୁ ଅଙ୍ଗନବାଡ଼ି କର୍ମୀଙ୍କୁ ବାଦ୍‌ ଦେବା, ଅବସର ବୟସ ସୀମା ୬୦ ପରିବର୍ତ୍ତେ ୬୫ବର୍ଷକୁ ବୃଦ୍ଧି କରିବା, କାର୍ଯ୍ୟରତ ଅବସ୍ଥାରେ ଦୁର୍ଘଟଣା ଜନିତ ମୃତ୍ୟୁ ପାଇଁ ୫ ଲକ୍ଷ ଟଙ୍କା, ଗ୍ରୀଷ୍ମ ଦିନେ ଏକ ମାସ ଛୁଟି ପ୍ରଦାନ ଆଦି ୧୩ ଦଫା ଦାବି ନେଇ ଅଲ୍‌ ଓଡ଼ିଶା ଅଙ୍ଗନବାଡ଼ି ଲେଡିଜ୍‌ ଵାକର୍ସ ସ˚ଘ ଲୋୟର ପିଏମ୍‌ଜିରେ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛି। ସ˚ଘର ରାଜ୍ୟ ସାଧାରଣ ସମ୍ପାଦିକା ସୁମିତା ମହାପାତ୍ର, ସଭାନେତ୍ରୀ ସୌଦାମିନୀ ଦାସ, ଜିଲ୍ଲା ସଭାନେତ୍ରୀ ପ୍ରତିମା ମଞ୍ଜରୀ ଦତ୍ତ, ବସନ୍ତ ସାହୁ ପ୍ରମୁଖ ଆଜିର ଏହି ଆନ୍ଦୋଳନରେ ନେତୃତ୍ବ ନେଇଥିଲେ। ଦାବି ପୂରଣ ନ ହେବା ଯାଏଁ ଆନ୍ଦୋଳନକ ଜାରି ରହିବ ବୋଲି ସାଧାରଣ ସମ୍ପାଦିକା ସୁମିତା ମହାପାତ୍ର କହିଛନ୍ତି।

ସମ୍ବନ୍ଧିତ ଖବର