ସମ୍ବଲପୁର: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ପ୍ରସଙ୍ଗରେ ଓକିଲମାନେ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ବୈଠକରେ ଶୁକ୍ରବାର ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ବୈଠକରେ ବଜେଟ ଅଧିବେଶନରେ ହାଇକୋର୍ଟ ବେଞ୍ଚ ପାଇଁ ବ୍ୟୟବରାଦ ପାଇଁ ଦାବି କରାଯିବା ନେଇ ନିଷ୍ପତ୍ତି ହୋଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍ଗର ପ୍ରସାଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି ଲେଖିଛନ୍ତି । ଏ ଦିଗରେ ତ୍ୱରିତ ପଦକ୍ଷେପ ନେବା ପାଇଁ ଚିଠିରେ ରବିଶଙ୍କରଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ।
ଦୀର୍ଘ ବର୍ଷ ହେବ ଉଭୟ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ମୂଳ ବାସିନ୍ଦାମାନେ ପ୍ରବଳ ଦାବି କରୁଛନ୍ତି । ଏ ନେଇ ପୂର୍ବରୁ ମଧ୍ୟ କେନ୍ଦ୍ର ଆଇନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ। ତୁରନ୍ତ ଏ ଦିଗରେ ବିଚାର ବିମର୍ଷ କରି ତ୍ୱରିତ ପଦକ୍ଷେପ ନେବା ପାଇଁ ଚିଠି ଜରିଆରେ ମୁଖ୍ୟମନ୍ତ୍ରୀ ପୁଣି ଥରେ ଅନୁରୋଧ କରିଛନ୍ତି।
ଦୀର୍ଘ ବର୍ଷ ହେବ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଆଇନଜୀବୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି । ସେମାନଙ୍କ ସହ ଅନେକ ସଂଗଠନ ଏବଂ ପଶ୍ଚିମଓଡ଼ିଶାବାସୀ ଓ ରାଜନୈତିକ ଦଳମାନେ ମଧ୍ୟ ଏଥିରେ ସାମିଲ୍ ହୋଇଛନ୍ତି । ବିଭିନ୍ନ ସମୟରେ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଏହାକୁ ନେଇ କାଦୁଅ ଫିଙ୍ଗାଫିଙ୍ଗି ହେଉଛନ୍ତି ।