ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ

ଭୁବନେଶ୍ବର : ସମ୍ବଲପୁରରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରୁ ଆଜି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମ୍ବଲପୁରରୁ ବାହାରିଥିବା ବରିଷ୍ଠ ନାଗରିକମାନଙ୍କୁ ଶୁଭକାମନା ଜଣାଇଥିଲେ। ସମ୍ବଲପୁରରୁ ବାହାରିଥିବା ତୀର୍ଥଯାତ୍ରୀ ମଦୁରାଇ ଓ ରାମେଶ୍ବର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଯାତ୍ରୀମାନେ ସେମାନଙ୍କ ପ୍ରତିକ୍ରିୟାରେ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିବା ସହ ସେମାନଙ୍କ ଆଶା ପୂରଣ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ସଚିବାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, ପର୍ଯ୍ୟଟକ ବିଭାଗ ସଚିବ ଓ ନିର୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ। ସମ୍ବଲପୁର ରେଳଷ୍ଟେସନ୍‌ରେ ଜଳ ସମ୍ପଦ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ରାସେଶ୍ବର ପାଣିଗ୍ରାହୀ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର