ମହାରଥୀଙ୍କ ବିରୋଧରେ ବିଜେପିର ବିକ୍ଷୋଭ

ଭୁବନେଶ୍ୱର : ମହିଳାଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇଥିବା ଅଭିଯୋଗରେ କୃଷି ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିରୋଧରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆଜି କିଛି ସ୍ଥାନରେ ମହାରଥୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ବିଜେପି ମହିଳା ମୋର୍ଚ୍ଚାର ସଭାନେତ୍ରୀ ପ୍ରଭାତୀ ପରିଡ଼ା ଅଭିଯୋଗ କରିଛନ୍ତି ଯେ ରାଜ୍ୟର ପ୍ରତି ମହିଳାଙ୍କ ଦୁଇ ଦୁଇ ଜଣ ସ୍ୱାମୀ ବୋଲି ମନ୍ତ୍ରୀ ଶ୍ରୀ ମହାରଥୀ ମନ୍ତବ୍ୟ ଦେବା ଅତ୍ୟନ୍ତ ଲଜ୍ଜାଜନକ ଓ ନିନ୍ଦନୀୟ। ଏହା ରାଜ୍ୟର ମହିଳାମାନଙ୍କୁ ବହୁତ କଷ୍ଟ ଦେଇଛି।

ସମ୍ବନ୍ଧିତ ଖବର