ଆଉ ଚାରି ପାଞ୍ଚ ଘଣ୍ଟା ମଧ୍ୟରେ ଓଡ଼ିଶା ସୀମା ଅତିକ୍ରମ କରିବ ବାତ୍ୟା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ ଓଡ଼ିଶା ସୀମା ଅତିକ୍ରମ କରିବାକୁ ଆଉ ୪ ରୁ ୫ ଘଣ୍ଟା ଲାଗିପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି।

ଏବେ ଘଣ୍ଟା ପ୍ରତି ବାତ୍ୟାର ବେଗ ରହିଛି ୬ କିଲୋମିଟର। ଗତକାଲିରୁ ହିସାବ କଲେ ବାତ୍ୟାର ଗତି ୨୧ କିଲୋମିଟର କମିଛି।

ସକାଳୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସ୍ଥାନୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରରେ ପହଞ୍ଚି ପାଣିପାଗ କେନ୍ଦ୍ରର ମହା ନିର୍ଦେଶକଙ୍କ ସହ ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ର ସ୍ଥିତି ଓ ସେଥିଯୋଗୁଁ ହେଉଥିବା ବୃଷ୍ଟିପାତ ବିଷୟରେ ସମୀକ୍ଷା କରିଛନ୍ତି।

ସ୍ୱତନ୍ତ୍ର ରିଲିଫ୍‌ କମିସନର ପ୍ରଦୀପ ଜେନା କହିଛନ୍ତି: ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ବାତ୍ୟା ଓ ବର୍ଷାଜନିତ ବିପଦ ଟଳିଛି। ୧୦୦୦ ଲୋକ ବିଳମ୍ବିତ ରାତ୍ରୀରେ ବାତ୍ୟା ଆଶ୍ରୟସ୍ଥଳକୁ ଆସିଛନ୍ତି ।

ଏବେ ଓଡ଼ିଶା ଉପକୂଳ ପାଖ ଦେଇ ଅତିକ୍ରମ କରୁଥିବା ବାତ୍ୟା ‘ବୁଲ୍‌ବୁଲ୍‌’ ପାରାଦୀପ ଠାରୁ ୧୧୦ କିଲୋମିଟର୍‌ ଦୂର ବଙ୍ଗୋପସାଗର ମଧ୍ୟରେ କେନ୍ଦ୍ରୀଭୂତ ହୋଇଛି।

ସମ୍ବନ୍ଧିତ ଖବର