କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ରବିବାର ଅପରାହ୍ନରେ ଶପଥ ନେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ୍ ଶପଥ ପାଠ କରାଇଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ରବିବାର ଶପଥ ପାଠ କରିବା ପୂର୍ବରୁ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍ ଜାଭେରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଦାୟିତ୍ୱ ନେବା ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ଓ ମନର ଶାନ୍ତି ପାଇଁ ଶ୍ରୀମନ୍ଦିର ଆସିଥିବା ଜଷ୍ଟିସ୍ ଜାଭେରି ଗଣାମାଧ୍ୟମକୁ କହିଥିଲେ।