ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ନବୀନ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସନ୍ଧ୍ୟା ସାଢ଼େ ୬ଟା ବେଳେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କ ସରକାରୀ ବାସଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମହାନଦୀ ପ୍ରସଙ୍ଗ ନେଇ ଟ୍ରିବୁନାଲ ଗଠନ, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରସଙ୍ଗ ସହିତ ପୋଲାଭରମ ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ସେହିପରି ହକି ଇଣ୍ଡିଆ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ ଯେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କୁ ଭେଟିବା ସହିତ ଅନ୍ୟ କେତେକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଆସନ୍ତା ଶନିବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଓଡ଼ିଶା ଫେରିଯିବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧିତ ଖବର