ତାରାତାରିଣୀ ମନ୍ଦିର ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆସିକା: ବୁଧବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିକା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବା ପୂର୍ବରୁ ତାରାତାରଣୀ ମନ୍ଦିରକୁ ଯାଇଥିଲେ।

ସକାଳ ୯: ୩୦ ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରସ୍ଥିତ ନବୀନ ନିବାସରୁ ବାହାରି ହେଲିକପ୍ଟର୍‌ ଯୋଗେ ଆସି ରାୟପୁର ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ସେଠାରୁ ସେ ତାରାତାରିଣୀ ମନ୍ଦିରକୁ ଯାଇ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ। ତାଙ୍କ ସହ କିଛି ଦଳୀୟ କର୍ମୀ ମଧ୍ୟ ଯାଇଥିଲେ।

ସମ୍ବନ୍ଧିତ ଖବର