ରାଜ୍ୟର ସମସ୍ତ ଝିଅଙ୍କୁ ମାଗଣାରେ ଶିକ୍ଷା ସୁବିଧା ଉପଲବ୍ଧ କରାଯିବ : ନବୀନ ପଟ୍ଟନାୟକ

ଭବାନୀପାଟଣା : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜୟପାଟଣାର ସାଧାରଣ ସଭାରେ ଯୋଗଦେଇ କହିଛନ୍ତି ମା’ମାନେ ବିକାଶର ପ୍ରକୃତ ଡବଲ ଇଞ୍ଜିନ୍ । ବିଜେଡ଼ି କ୍ଷମତାକୁ ଆସିଲେ ମହିଳାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସହାୟତା ରାଶି ବୃଦ୍ଧି କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନବୀନ । ମା’ମାନଙ୍କୁ ୭ ଲକ୍ଷ ବଦଳରେ ୧୦ ଲକ୍ଷ ପ୍ରଦାନ କରାଯିବ । ଏହାବ୍ୟତୀତ ମିଶନ ଶକ୍ତିର ମା’ମାନଙ୍କୁ ୫ ହଜାର କୋଟି ପର୍ଯ୍ୟନ୍ତ ସରକାରୀ କାମ ଯୋଗାଇ ଦିଆଯିବ ।

ଗରିବ ଝିଅମାନଙ୍କୁ ବିବାହ ସମୟରେ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ ।ସବୁ ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନଙ୍କ ପାଇଁ ବିନା ସୁଧରେ ୫ ଲକ୍ଷ ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ । ରାଜ୍ୟର ସମସ୍ତ ଝିଅଙ୍କୁ ମାଗଣାରେ ଶିକ୍ଷା ସୁବିଧା ଉପଲବ୍ଧ କରାଯିବ । କେଜିରୁ କଲେଜ, ମେଡ଼ିକାଲ, ଇଞ୍ଜିନିୟରିଂ ସବୁ ପାଠ୍ୟକ୍ରମପାଇଁ ମାଗଣାରେ ପଢ଼ିପାରିବେ ଝିଅମାନେ ।

ଦଳ ସରକାର ଗଢ଼ିଲେ ଆଶ୍ରମ ସ୍କୁଲ ପରିଚାଳନା, ଡାକ୍ତରଖାନା ପରିଚାଳନା, ସ୍କୁଲ ୟୁନିଫର୍ମ ଯୋଗାଣ ଅନେକ ସରକାରୀ କାମ ପାଇଁ ମିଶନ ଶକ୍ତିର ମା’ମାନଙ୍କୁ ନିୟୋଜିତ କରାଯିବ ଏହାଦ୍ୱାରା ମିଶନ ଶକ୍ତିର ମା’ମାନେ ୫ ଶହ କୋଟି ଟଙ୍କାର ଲାଭ ପାଇବେ । ମୁଖ୍ୟମନ୍ତ୍ରୀ ନବୀନ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ। ଭବାନୀପାଟଣାର ରେଳ ୱାଗନ, ଦୁଇଗୁଣା ଏମଏସପି, ସବୁ ଜମିକୁ ଜଳସେଚନ, ଏସସି/ଏସଟି ପିଲାଙ୍କ ବୃତ୍ତି କାହିଁକି ବନ୍ଦ କରାଗଲା ପ୍ରଶ୍ନ କରିବା ନେଇ ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସମ୍ବନ୍ଧିତ ଖବର