ସନ୍ଧ୍ୟା ସୁଦ୍ଧା ‘ପେଥାଇ’ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହେବ, ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହିସବୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିଝଡ଼ ‘ପେଥାଇ’ ଧୀରେ ଧୀରେ ଘନୀଭୂତ ହୋଇ ରବିବାର ସଂଧ୍ୟା ସୁଦ୍ଧା ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବୋଲି ସୂଚନା ମିଳିଛି। ଆସନ୍ତାକାଲି ଅପରାହ୍ନ ସୁଦ୍ଧା ଆନ୍ଧ୍ର ପ୍ରଦେଶର ମଛଲିପଟ୍ଟନମ୍‌ ଓ କାକିନାଡ଼ା ମଧ୍ୟରେ ପେତାଇ ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସ୍ଥଳଭାଗ ଛୁଇଁବା ପରେ ଏହା ଦୁର୍ବଳ ହୋଇଯିବ ‘ପେଥାଇ’ ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ଆନ୍ଧ୍ର ଓ ଉତ୍ତର ତାମିଲନାଡୁରେ ପ୍ରବଳ ବର୍ଷା ହେବ। ଓଡ଼ିଶା ଓ ଛତିଶଗଡ଼ରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ‘ପେତାଇ’ ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ଗତି କରୁଛି। ଆଜି ଦିନ ସାଢ଼େ ୧୨ଟା ସୁଦ୍ଧା ଏହା ଚେନ୍ନାଇରୁ ୪୩୦କିଲୋମିଟର ଓ ଆନ୍ଧ୍ରପ୍ରଦେଶ ମଛଲିପଟ୍ଟନମଠାରୁ ୫୬୦ କିଲୋମିଟର ଦୂରରେ ଥିଲା ‘‘ପେଥାଇ’’ ।

ସମ୍ବନ୍ଧିତ ଖବର