ପ୍ରବଳ ବର୍ଷା ସମ୍ଭାବନା, ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ଖୋର୍ଦ୍ଧା ଆଦି ରହିଛି।

ସେହିପରି ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା ଥିବା ନେଇ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼, କଟକ, ଖୋର୍ଦ୍ଧା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାକୁ ପାଣି ପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୨୪ରୁ ୨୫ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ଢ଼େଙ୍କାନାଳ ଆଦି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ କଟକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଆଦି ଜିଲ୍ଲାକୁ ବି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର