ଫାଇଭ୍ ଟି ସଚିବଙ୍କ ସୁନ୍ଦରଗଡ଼ ଗସ୍ତପରେ ନିଲମ୍ବିତ ହେଲେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଜିଲ୍ଲାପାଳଙ୍କୁ କାରଣ ଦର୍ଶାଅ ନୋଟିସ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ । ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବୁଲି ଦେଖିଲେ ପାଣ୍ଡିଆନ୍ । ଡାକ୍ତରଖାନାର ମାତୃ ଓ ଶିଶୁ ବିକାଶ କେନ୍ଦ୍ର ବୁଲିବା ସହ ବିଭିନ୍ନ ୱାର୍ଡ ପରିଦର୍ଶନ କରିଛନ୍ତି ପାଣ୍ଡିଆନ୍ । ଏହାସହ ଡାକ୍ତରଖାନାରେ କିଭଳି ସେବା ମିଳୁଛି ସେନେଇ ରୋଗୀଙ୍କ ସହ ଆଲୋଚନା କରିଛନ୍ତି ‘ଫାଇଭ୍ ଟି’ ସଚିବ । ଏଥିରେ ପାଣ୍ଡିଆନଙ୍କ ସହ ରାଜ୍ୟ ଉନ୍ନୟନ କମିଶନର ସୁରେଶ ମହାପାତ୍ର ମଧ୍ୟ ଜିଲ୍ଲା ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି ।

ତେବେ ଏହି ସମୟରେ ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କେତେକ ତ୍ରୁଟି ଥିବା ଦେଖି ବିରକ୍ତ ହୋଇଥିଲେ ବୋଲି କୁହାଯାଉଛି। ଏହାପରେ  ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପଙ୍କଜ ପଟେଲଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଥିବା ଜଣାଯାଇଛି। ଏହାଛଡ଼ା ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କୁ କାରଣ ଦର୍ଶାଅ ନୋଟିସ ବି ଜାରି ହୋଇଥିବା ଜଣାଯାଇଛି। ଏହାପରେ ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ ରାଉରକେଲା ଅଭିମୁଖେ  ଯାତ୍ରା କରିଥିବା ଜଣାଯାଇଛି।

ଗାନ୍ଧୀ ଜୟନ୍ତୀରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ ହେବାରେ ସରକାରୀ ସ୍ତରରେ ତତ୍ପରତା ଦେଖାଦେଇଛି । ଗତ ୪ରୁ ୫ ଦିନ ହେବ ଜିଲ୍ଲାରୁ ଜିଲ୍ଲା ବୁଲୁଛନ୍ତି ‘ଫାଇଭ୍ ଟି’ ସଚିବ ପାଣ୍ଡିଆନ୍ । ଜିଲ୍ଳାରୁ ଜିଲ୍ଳା ହସ୍ପିଟାଲ, ଥାନା ବୁଲି ସ୍ଥିତି ସମୀକ୍ଷା କରୁଛନ୍ତି ପାଣ୍ଡିଆନ ।  ବିଭିନ୍ନ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ରୋଗୀ ଓ ରୋଗୀଙ୍କ ସଂପର୍କୀୟ ସହ ଆଲୋଚନା ସିଧାସଳଖ ଆଲୋଚନା କରୁଛନ୍ତି  । ମେଡିକାଲରେ ରୋଗୀ ସେବା ସମେତ ଔଷଧ ଯୋଗାଣ ନେଇ ମଧ୍ୟ ଆଲୋଚନା କରୁଛନ୍ତି ଫାଇଭ୍ ଟି ସଚିବ ।

ସମ୍ବନ୍ଧିତ ଖବର