ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୁଲିସ୍ ସହାୟତାରେ ପ୍ରା‌ୟ ୧୫୮୩୪୫.୧୧୩ ବକ୍ଟ ଲିଟର ମଦ ସହ ୩ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର : ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ ହଜାର ୩୨୭ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି। ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୬୫ ହଜାର ୦୫୬ ଜଣଙ୍କୁ ଅଟକ ରଖାଯାଇଛି। ୫ ହଜାର ୫୧୯ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି। ଲାଇସେନ୍ସ ନଥିବା ୨୫୦ଟି ଅସ୍ତ୍ରଶସ୍ତ୍ର ଏବଂ ୧୪୬୫.୫୮୪ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି। ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୁଲିସ୍ ସହାୟତାରେ ପ୍ରାୟ ୧୫୮୩୪୫.୧୧୩ ବକ୍ଟ ଲିଟର ମଦ ଜବତ କରାଯାଇଛି, ଯାହାର ଆନୁମାନିକ ମୂଲ୍ୟ ୪ କୋଟି ୧୧ ଲକ୍ଷ ୯୦ ହଜାର ୪୫୧ ଟଙ୍କା। ଆଜି ସୁଦ୍ଧା ରାଜ୍ୟରେ ଫ୍ଲାଇଂ ସ୍କାର୍ଡ ଏବଂ ପୁଲିସ୍ ଦ୍ୱାରା ୩ କୋଟି ୭୫ ଲକ୍ଷ ୨୧ ହଜାର ୩୮୦ ଟଙ୍କା ଜବତ କରାଯାଇଛି। ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୫୯ ଲକ୍ଷ ୪୫ହଜାର ୯୧୮ଟି ପୋଷ୍ଟର, ହୋଡିଂ ଆଦିକୁ ହଟାଇ ଦିଆଯାଇଛି। ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୪ ଲକ୍ଷ ୪୦ ହଜାର ୬୭୮ ହୋଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି ।

ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ୍ ନଂ ୦୬୭୪-୨୩୯୫୦୧୫କୁ ଆଜି ସୁଦ୍ଧା ୧୨୮୩ଟି କଲ୍ ଏବଂ ଭୋଟର ହେଲ୍ପଲାଇନ୍ ନମ୍ବର ୧୯୫୦କୁ ୧୭ ହଜାର ୨୦୫ ଟି କଲ୍ ମିଳିଥିବା ବେଳେ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ଗ୍ରହଣ କରାଯାଇ ଆବଶ୍ୟକ ପଦକ୍ଷେପ ସହ ସୂଚନା ପ୍ରଦାନ କରାଯାଇଛି।

ସମ୍ବନ୍ଧିତ ଖବର