ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ସତ୍ୟନଗର ଅଞ୍ଚଳରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଭୁବନେଶ୍ୱର ମହାନଗର ନିଗମ ଏହାକୁ ନିଷିଦ୍ଧାଞ୍ଚଳ ବା କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି । ରାଜ୍ୟରେ ଏପର୍ଯ୍ୟନ୍ତ ୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ଭୁବନେଶ୍ୱରରେ କେବଳ ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ଏକ ମ୍ୟାପ ଜାରି କରି ସ୍ପଷ୍ଟ କରିଛି ବିଏମସି।
ଉପରୋକ୍ତ ତଥ୍ୟ ଅନୁସାରେ ସହିଦନଗରରେ ଜଣେ କରେନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୟୁନିଟ-୪ ଓ ୟୁନିଟ-୫ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୂର୍ଯ୍ୟନଗରରେ ୮ ଜଣ, କପିଳପ୍ରସାଦରେ ଜଣେ, ବମିଖାଲରୁ ୧୪ ଜଣ, ଝାରପଡ଼ାରୁ ଆଉ ଜଣେ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଜିମଖାନା ପାମ ହାଇଟ୍ସରୁ ଜଣେ, ବରଗଡ଼ ଗାଁରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
/sambad/media/post_attachments/wp-content/uploads/2020/04/bbsr2-1.jpg)
ଭଦ୍ରକରୁ ୩ ଜଣ କରୋନା ପଜିଟିଭି ଚିହ୍ନଟ ହୋଇଥିବା ବେଳେ କଟକ, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ ଓ କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଇତି ମଧ୍ୟରେ କରୋନା ଆକ୍ରାନ୍ତ ହୋଇ ଜଣେ ୭୨ ବର୍ଷିଅ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଯୁବକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ଭୁବନେଶ୍ୱରର କିଛି ମୁଖ୍ୟ ଅଞ୍ଚଳରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂର୍ଯ୍ୟନଗର, ବମିଖାଲ, ସତ୍ୟନଗର, ସୁନ୍ଦରପଦା ଓ ଯଦୁପୁରକୁ ସିଲ କରିଦେଇଛି । ସିଲ ହୋଇଥିବା ଅଞ୍ଚଳର ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି । ଏସବୁ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇବେ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/04/bbs.jpg)