ଆଗାମୀ ୨୪ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ହେତୁ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଙ୍ଗଳବାର ପୂର୍ବାନୁମାନ କରିଛି। ତେବେ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସମୁଦ୍ର ପତନଠାରୁ ୩.୬କିମି ଓ ୭.୬ କିମି ମଧ୍ୟରେ ଥିବାରୁ ,ଏହାର ପ୍ରଭାବରେ ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବର୍ଷା ସମୟରେ ଏହି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବା ସହିତ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ବାରଣ କରାଯାଇଛି।

ଗତକାଲି ଟିଟଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୩.୦ଡିଗ୍ରି ସେଲସିୟସ୍‌ ଥିବା ବେଳେ ହୀରାକୁଦରେ ୧୯.୯ଡିଗ୍ରି ସେଲସିୟସ୍‌ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ବାଲେଶ୍ୱର, ସୋନପୁର, ବରଗଡ଼, କେନ୍ଦ୍ରାପଡ଼ା, ସୋନପୁର, ରାୟଗଡ଼ା, ମୟୂରଭଞ୍ଜ ଓ କଳାହାଣ୍ଡି ଆଦି ସ୍ଥାନରେ ବର୍ଷା ହୋଇଥିଲା। ଅଗଷ୍ଟ ୩ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ସାରା ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ଅଗଷ୍ଟ ୪ ତାରିଖରେ ବି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରାଯାଉଛି।

ସମ୍ବନ୍ଧିତ ଖବର