ମାଓ ନେତା ସବ୍ୟସାଚୀ ପଣ୍ଡାଙ୍କ ଜାମିନ ଖାରଜ

କଟକ : ମାଓ ନେତା ସବ୍ୟସାଚୀ ପଣ୍ଡାଙ୍କ ଜାମିନ ଆବେଦନ ହାଇକୋର୍ଟ ଖାରଜ କରିଛନ୍ତି। ଜଷ୍ଟିସ ଜେ. ପି. ଦାସଙ୍କୁ ନେଇ ଗଠିତ ଖଣ୍ଡପୀଠ ତାଙ୍କ ଜାମିନ ଆବେଦନକୁ ଖାରଜ କରିବା ସହିତ ନିମ୍ନ ଅଦାଲତରେ ବିଚାରାଧୀନ ଏ ସଂପର୍କିତ ମାମଲାର ତ୍ୱରିତ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଆଇନଜୀବୀ ଅନୁପମ ରଥ ମାମଲା ପରିଚାଳନା କରୁଥିଲେ। ମାମଲାର ବିବରଣୀରୁ ପ୍ରକାଶ ଯେ ସୋରଡ଼ା ଅଞ୍ଚଳରେ ମାଓବାଦୀ କାର୍ଯ୍ୟକଳାପ ସହ ଏକ ବୋମା ବିସ୍ଫୋରଣ ଘଟଣାରେ ସଂପୃକ୍ତି ନେଇ ସବ୍ୟସାଚୀଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଦୌରା ଜଜ୍‌ ଅଦାଲତ ତାଙ୍କ ଜାମିନ ଖାରଜ କରିବା ପରେ ସବ୍ୟସାଚୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ସମ୍ବନ୍ଧିତ ଖବର