କୋଭିଡ-୧୯ ପରୀକ୍ଷା କେନ୍ଦ୍ର ବୃଦ୍ଧି ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବ ଦାସ

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । କେରାନା ମୁକାବିଲା ପାଇଁ ସେ କୋଭିଡ-୧୯ ପରୀକ୍ଷା କେନ୍ଦ୍ର ବୃଦ୍ଧି କରିବାକୁ ଚିଠିରେ ଅନୁରୋଧ କରିଛନ୍ତି । ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜ ଓ ହସ୍ପିଟାଲ (ଭୀମସାର) ଏବଂ ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଏହି ପରୀକ୍ଷା ବ୍ୟବସ୍ଥା କରିବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ଦାସ ଅନୁରୋଧ କରିଛନ୍ତି । ଏଥି ସହିତ ଭେଣ୍ଟିଲେଟର ଓ ଚିକିତ୍ସା ଉପକରଣ ଯୋଗାଇଦେବାକୁ ଚିଠିରେ ସେ ଉଲ୍ଲେଖ କରିଛନ୍ତି । ସେହିପରି ଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଚିକିତ୍ସା ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି ।

ସମ୍ବନ୍ଧିତ ଖବର