ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଦୀପାବଳିର ବାଣ ବ୍ୟବସାୟ ଓ ଉତ୍ସାହକୁ ବର୍ଷା ଧୋଇ ନେଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ମିଳିଥିବା ସୂଚନା ଅନୁସାରେ ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜଗତିସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଅଧିକ ବର୍ଷା ହେବ।

ପୁରୀରୁ ୩୭୦ କିଲୋମିଟର ଦୂର ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି। ଆଜି ରାତି ଓ ଶୁକ୍ରବାର ସୁଦ୍ଧା ପୁରୀ-ଚାନ୍ଦବାଲି ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି। ଏହାର ପ୍ରଭାବରେ ଉପକୂଳ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବ। ସମୁଦ୍ରରେ ଘଣ୍ଟାପ୍ରତି ପବନର ବେଗ ୪୫ରୁ ୫୫ କିଲୋମିଟର ରହିବ। ସେଥିପାଇଁ ମତ୍ସଜୀବୀଙ୍କୁ ସମୁଦ୍ରକୁ ପ୍ରବେଶ ନକରିବା ପାଇଁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର