୧୬ ପରେ ବଢ଼ିପାରେ ବର୍ଷା

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବଲାଙ୍ଗିର, ନୂଆପଡ଼ା, କଳା‌ହାଣ୍ଡି, କନ୍ଧମାଳ, ଗଞ୍ଜାମ, ନବରଙ୍ଗପୁର, ନୟାଗଡ଼ ଓ ଖୋର୍ଧା ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି ଆକଳନ କରାଯାଇଛି ଯେ ୧୬ ତାରିଖ ଯାଏଁ ବଡ଼ ବର୍ଷା ହେବାର ନାହିଁ। ଏହାପରେ ବର୍ଷା ବଢ଼ିପାରେ। ତେବେ ୧୪ ତାରିଖରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପା‌ରେ। ୧୫ ତାରିଖ ବେଳକୁ ବର୍ଷା ସାମାନ୍ୟ ବଢ଼ିବ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ନୟାଗଡ଼ ଓ ଖୋର୍ଧା ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଅଧିକ।

ସମ୍ବନ୍ଧିତ ଖବର