ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ, ୪ଟି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାକୁ ଯାଉଛି। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ।  ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ଅ ପ୍ରବଳର  ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଏକ ବୁଲେଟିନ ଜାରି କରିଛି।

ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ପୁରୀ ଓ ଗଞ୍ଜାମରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ୩୦ ତାରିଖରେ ବାଲେଶ୍ୱର ଓ ଭଦ୍ରକରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଆକଳନ କରିଛି। ଆସନ୍ତା ଅକ୍ଟୋବର ୩୧ ଯାଏ ରାଜ୍ୟରେ ବର୍ଷାର ପ୍ରଭାବ ଅନୁଭୂତ ହେବ । ମେଘୁଆ ପାଗ ଯୋଗୁଁ ଓଡ଼ିଶାକୁ ଶୀତ ଫେରିବାକୁ ଆଉ ସପ୍ତାହେ ବିଳମ୍ବ ଘଟିବ ବୋଲି ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧିତ ଖବର