ଆଗମୀ ୨୪ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲା ସମେତ ଉପକୂଳବର୍ତ୍ତୀ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ଏହି ୯ଟି ଜିଲ୍ଲାରେ କୁଆପଥର ମାଡ ସହ ପ୍ରବଳରୁ ଅତି ପ୍ରବଳ ଝଡ଼ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଗୁରୁବାର ସୂଚନା ଜାରି କରିଛି।
ଘଡ଼ଘଡ଼ି ବର୍ଷା ସହ ୫୦ରୁ ୬୦କିଲୋମିଟର ବେଗରେ ପବନ ବହିବ। କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ଖୋର୍ଦ୍ଧା, ପୁରୀ ଓ ନାୟଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବେଗରେ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହି ସମୟରେ ଘରୁ ବହାରିବା ବିପଦପୂର୍ଣ୍ଣ । ତେଣୁ ଝଡ଼ବର୍ଷା ଓ କୁଆପଥର ମାଡ ସମୟରେ ଘରୁ ନବାହାରିକୁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି।

ସେହିପରି ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳରେ କାଳବୈଶାଖୀର ତାଣ୍ଡବ ବର୍ଷା ପବନରେ କୂଳରେ ୩ଟି ଲଞ୍ଚ ପିଟି ହୋଇଛି। ଫଳରେ ଯାତାୟାତ ଠପ୍‌ ହୋଇଛି। ଏହାର ପ୍ରଭାବରେ ଯାତ୍ରୀମାନେ ହନ୍ତସନ୍ତ ହୋଇଥିବା ଦେଖିବାକୁ ମିଳିଛି।

ସମ୍ବନ୍ଧିତ ଖବର