ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାରେ ଭିଜିବ ଏହି ସବୁ ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରରୁ ଉତ୍ତର-ପୂର୍ବ ଦିଗକୁ ମନସୁନ ଟ୍ରାପ ଜାରି ରହିଥିବାରୁ ଏହା ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ଜାରି ରହିଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଝାରସୁଗୁଡ଼ା, ଯାଜପୁର, କେନ୍ଦ୍ରାପଡ଼ା, ବଲାଙ୍ଗୀର ଓ ଢ଼େଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ। ତେଣୁ ଏହି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ସୂଚନା ପାଣିପାଗ କେନ୍ଦ୍ରପକ୍ଷରୁ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ର ରେକର୍ଡ ଅନୁଯାୟୀ ଗତକାଲି ଭଦ୍ରକରେ ସର୍ବାଧିକ ୩୨.୪ଡିଗ୍ରି ସେଲସିୟସ୍‌ ତାପମାତ୍ରା ଥିବା ବେଳେ ସୁନ୍ଦରଗଡ଼ରେ ୧୯.୦ ଡ୍ରିଗ୍ରି ସେଲସିୟସ୍‌ ସର୍ବନିମ୍ନ ତାପମାତ୍ରା ରହିଥିଲା। ସୁନ୍ଦରଗଡ଼ରେ ୧୩ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଯାଜପୁରରେ ୧୧ମିମି, କଟକରେ ୧୦ମିମି, ଢ଼େଙ୍କାନାଳରେ ୯ମିମି, ଭଦ୍ରକରେ ୮ମିମି, ମୟୁରଭଞ୍ଜରେ ୮ମିମି, କୋରାପୁଟରେ ୮ମିମି, ସୁନ୍ଦରଗଡ଼ରେ ୬ମିମି ବର୍ଷା ହୋଇଥିବା ଜଣାପଡ଼ିଛି।

ସମ୍ବନ୍ଧିତ ଖବର