ଆଗାମୀ ୨୪ଘଣ୍ଟା ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ କଟକ ସମେତ ଏହି ସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ବାଂଲାଦେଶର ଉପକୂଳରେ ସୃଷ୍ଟିି ହୋଇଥିବା ଘୁର୍ଣ୍ଣିବଳୟ ଅଧିକ ଘନିଭୂତ ହୋଇ ୨୪ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଲଘୁଚାପର ରୂପ ନେବା ପରେ ଏହା ଦକ୍ଷିଣପଶ୍ଚିମ ଦିଗରେ ଗତିକରି ଉତ୍ତର ଆନ୍ଧ୍ରପଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ଅଗ୍ରସର ହେବ। ଫଳରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଙ୍ଗଳବାର ପୂର୍ବାନୁମାନ କରିଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରି ଦିଆଯାଇଛି।
ତେବେ ଏହି ଜିଲ୍ଲାମାନଙ୍କ ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଯାଜପୁର,ଢ଼େଙ୍କାନାଳ, ଅନୁଗୁଳ, ଦେଓଗଡ଼ ଓ ସମ୍ବଲପୁରଆଦି ରହିଛି।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,ସୁନ୍ଦରଗଡ଼, ଝାରସୁଗୁଡ଼ା,ଗଜପତି,ଗଞ୍ଜାମ,ନୟାଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ ବୋଲି ଆଜି ଭୁବେନଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

ଗତକାଲି ସର୍ବାଧିକ ତାପମାତ୍ରା ୩୬ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ୨୦.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ସୁନ୍ଦରଗଡ଼, ପୁରୀ, ଦେଓଗଡ଼, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝର ଆଦି ଜିଲ୍ଲାରେ ବର୍ଷା ହୋଇଥିଲା।

ସମ୍ବନ୍ଧିତ ଖବର