ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ଓଡ଼ିଶା ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଙ୍ଗଳବାର ପୂର୍ବାନୁମାନ କରିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କଟକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏଥି ସହିତ ଏହି ଜିଲ୍ଲାର ଅଧିବାସୀମାନଙ୍କୁ ବର୍ଷା, ପବନ, ବିଜୁଳି ଓ ଘଡ଼ଘଡ଼ି ମାରୁଥିବା ସମୟରେ ଯଦି ଘରୁ ବାହାରିବା ଆବଶ୍ୟକ ପଡେ ତେବେ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

ଗତକାଲି ସର୍ବାଧିକ ତାପମାତ୍ରା ୩୨.୦ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ୧୯.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ଝାରସୁଗୁଡା, ପୁରୀ, କେନ୍ଦୁଝର, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଯାଜପୁର, ବରଗଡ଼, ଖୋର୍ଦ୍ଧା, ସମ୍ବଲପୁର, ଅନୁଗୁଳ, କୋରାପୁଟ,ଭଦ୍ରକ ଓ ବାଲେଶ୍ୱର ଆଦି ସ୍ଥାନରେ ବର୍ଷା ହୋଇଥିଲା।

ସମ୍ବନ୍ଧିତ ଖବର