ଏହି ଜିଲ୍ଲାମାନଙ୍କରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଆଶଙ୍କା !

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ସଂଲଗ୍ନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରବିବାର ପୂର୍ବାନୁମାନ କରିଛି। ଏହି ଜିଲ୍ଲାମାନଙ୍କ ମଧ୍ୟରେ ବାଲେଶ୍ୱର, ଜଗତସିଂହପୁର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ ଆଦି ରହିଛି। ଏହି ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛନ୍ତି। ଏଥିସହିତ ମତ୍ସ୍ୟଜୀବୀଙ୍କୁ ବି ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ଗତକାଲି ଟିଟଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୬.୦ଡିଗ୍ରୀ ସେଲସିୟସ୍‌ ଥିବା ବେଳେ ସୁନ୍ଦରଗଡ଼ରେ ୨୨.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, କେନ୍ଦୁଝର ଓ ସମ୍ବଲପୁର ଆଦି ସ୍ଥାନରେ ବର୍ଷା ହୋଇଥିଲା। ଛଅ ତାରିଖଠାରୁ ବର୍ଷାର ପ୍ରକୋପ ଆହୁରି ବଢ଼ିବ ବୋଲି ପାଣିପାଗ ପକ୍ଷରୁ ପ୍ରକାଶ।

ସମ୍ବନ୍ଧିତ ଖବର