ସନ୍ଧ୍ୟା ୭ଟା ୧୫ ସୁଦ୍ଧା ୧୨ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ଥିବା ନେଇ ସତର୍କ ସୂଚନା ଜାରି

ଭୁବନେଶ୍ୱର: ରାଜ୍ୟରେ ସନ୍ଧ୍ୟା ୭ଟା ୧୫ ସୁଦ୍ଧା ୧୨ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, କେନ୍ଦ୍ରାପଡ଼ା, ବଲାଙ୍ଗିର, ଜଗତସିଂହପୁର, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଅନୁଗୁଳ, ମାଲକାନଗିରି, ରାୟଗଡ଼ା, ଗଜପତି, ଖୋର୍ଦ୍ଧା, କଟକ ଆଦି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୪ରୁ ୨୭ ତାରିଖ ଭିତରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାମାନଙ୍କ ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଢ଼େଙ୍କାନାଳ,ବାଲେଶ୍ୱର, ଗଞ୍ଜାମ, ଖୋର୍ଦ୍ଧା, କଟକ, ଅନୁଗୁଳ,ଢ଼େଙ୍କାନାଳ, ଦେଓଗଡ଼, ଝାରସୁଗୁଡା, ବରଗଡ଼ ଓ କଳାହାଣ୍ଡି ଆଦି ଜିଲ୍ଲା ରହିଛି।

ସମ୍ବନ୍ଧିତ ଖବର