ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ବୁଧବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୁଭଞ୍ଜ ଆଦି ରହିଛି। ସେହିପରି କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ଢ଼େଙ୍କାନାଳ, କଟକ, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ସାମାନ୍ୟ ହେବାର ସମ୍ଭାବନା ରହିଛି।

୨୫ରୁ ୨୬ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

୨୬ରୁ ୨୮ ତାରିଖ ମଧ୍ୟରେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଦେଓଗଡ଼, କଳହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର