୨୫ ତାରିଖ ଯାଏଁ ରାଜ୍ୟର ଏସବୁ ସ୍ଥାନରେ ପ୍ରବଳ ଛେଚିବ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ବିଜୁଳି ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, କଟକ, ମଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ ଆଦି ରହିଛି। ସେହିପରି ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏହି ସମସ୍ତ ଜିଲ୍ଲାର ବାସିନ୍ଦାଙ୍କୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ୨୨ରୁ ୨୩ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ସମେତ ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ୨୩ରୁ ୨୪ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ, ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୭ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ସମ୍ବନ୍ଧିତ ଖବର