ପୁଣି ଉପକୂଳରେ ଲଘୁଚାପ: ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୭ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

0 1,402

ଭୁବନେଶ୍ୱର: ଓଡ଼ିଶା ଉପକୂଳର ଉତ୍ତର ପଶ୍ଚିମ ବଙ୍ଗୋପସାଗରେ, ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। ତେବେ, ବିଶେଷ କରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଗଞ୍ଜାମ, ବରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ଣରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଳାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଏହି ସତର୍କ ସୂଚନାରେ କୁହାଯାଇଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆରମ୍ଭ ହେବାକୁ ଥିବା ଏହି ବର୍ଷା ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବା କାରଣରୁ ମତ୍ସ୍ୟଜୀବୀଙ୍କୁ ଏହି ସମୟ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.