ଭୁବନେଶ୍ୱର : ‘ତିତଲି’ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି । ତିତ୍ଲି ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୦ଟି ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, କଟକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ସାମିଲ ରହିଛି।
Sambad is now on WhatsApp
Join and get latest news updates delivered to you via WhatsApp
କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ତିତଲି ଗତ ଗୁରୁବାର ସକାଳେ ଭୂଭାଗ ଛୁଇଁବା ସହିତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାରେ ତାଣ୍ଡବ ରଚିଛି। ଇତିମଧ୍ୟରେ ବାତ୍ୟା ତିତଲି ଓଡ଼ିଶା ଅତିକ୍ରମ କରିଥିଲେ ମଧ୍ୟ ଏହାର ପ୍ରଭାବରେ ଗତକାଲିଠାରୁ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଏଥିସହିତ ରାଜ୍ୟର ବହୁ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତକାଲିଠାରୁ ଲାଗି ରହିଥିବା ବର୍ଷା ରାତି ତମାମ ବର୍ଷିବାରେ ଲାଗିଛି।