ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଓ ୪ଟି ଜିଲ୍ଲା ପ୍ରବଳ ବର୍ଷା ସମ୍ଭାବନା

0 804

 

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଓ କଟକ ରହିଛି।

ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲାକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳତ୍ତର ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏନେଇ ସମସ୍ତ ଜିଲ୍ଲାର ବାସିନ୍ଦାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ବାରଣ କରାଯାଇଛି। ଉତ୍ତର ଓଡ଼ିଶା ସମତେ ଖୋର୍ଦ୍ଧା, ପୁରୀ, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଇଛି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.