ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୧୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

ତେବେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୋନପୁର, ବରଗଡ଼,ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଏହି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବା ସହିତ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ବାରଣ କରାଯାଇଛି।

ଗତକାଲି ସୋନପୁର, ବଲାଙ୍ଗୀର, ବରଗଡ଼, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର, କଳାହାଣ୍ଡି, ଭଦ୍ରକ,କଟକ, ଗଞ୍ଜାମ, ଗଜପତି, ଅନୁଗୁଳ, ରାୟଗଡ଼, ସମ୍ବଲପୁର, ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା ଆଦି ଜିଲ୍ଲାରେ ବର୍ଷା ହୋଇଥିଲା। ସେହିପରି ଗତକାଲି ସର୍ବାଧିକ ତାପମାତ୍ରା ଗୋପାଳପୁରରେ ୩୫.୬ ଡିଗ୍ରୀ ସେଲସିୟସ୍‌ ଥିବା ବେଳେ ଟିଟଲାଗଡ଼ରେ ୨୧.୦ଡିଗ୍ରୀ ସେଲସିୟସ୍‌ ରହିଥିଲା।

ସମ୍ବନ୍ଧିତ ଖବର