ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୭ଟି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ପ୍ରବଳ ବର୍ଷାର ଆଶଙ୍କା ରହିଛି .ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି କି  ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ପୁରୀ, କେଉଁଝର,ଅନୁଗୁଳ,.ଢ଼େଙ୍କାନାଳ,ମୟୁରଭଞ୍ଜ,ଭଦ୍ରକ, ନୟାଗଡ଼ ଓ ଖୋର୍ଦ୍ଧା  ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଏ ନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସୂଚନା ଦିଅାଯାଇଛି। ଜିଲ୍ଲାର ବାସିନ୍ଦାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଇକିଛି ଦିନ ମଧ୍ୟରେ ବିଜୁଳି ଅାଘାତରେ ହେତୁ ଅନେକ ଲୋକଙ୍କ ଜୀବନ ବି ଚାଲିଯାଇଥିବା ଖବର ପ୍ରକାଶ ପାଇଛି। ତେଣୁ ବିଜୁଳି ମାରୁଥିବା ସମୟରେ ସତର୍କତା ସହ ରହିବାକୁ କୁହାଯାଇଛି। ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ବାରଣ କରାଯାଇଛି।

ସମ୍ବନ୍ଧିତ ଖବର