୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ଥିବା ନେଇ ମଙ୍ଗଳବାର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।

୨୪ରୁ ୨୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା, ନୂଆଗଡ଼ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି। ସେହିପରି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭବାନା ରହିଛି।

୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ବି ରାଜ୍ୟରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶିତ ରିପୋର୍ଟରୁ ଜଣାପଡ଼ିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର, ସୁନ୍ଦରଗଡ଼, ଦେଓଗଡ଼, ନବରଙ୍ଗପୁର, କଳାହାଣ୍ଡି, ବାଲେଶ୍ୱର ଆଦି ଜିଲ୍ଲା ରହିଛି।

ସମ୍ବନ୍ଧିତ ଖବର