ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ଛେଚିବ ବର୍ଷା, ଏସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ ଓ କେନ୍ଦୁଝର ସମେତ ଯାଜପୁର, କଟକ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୁଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମ, ମାଲାକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୁଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ନେଇ ସତର୍କ ସୂଚନା ଜାରି କରାଯାଇଛି।

୧୮ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ଝାରସୁଗୁଡା,ବାଲେଶ୍ୱର,ମୟୁରଭଞ୍ଜ,ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ସମ୍ବଲପୁର ଆଦି  ରହିଛି। ତେଣୁ ଏସବୁ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବା ସହିତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ସମ୍ବନ୍ଧିତ ଖବର