ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ମୟୁରଭଞ୍ଜ, ଜଗତସିଂହପୁର, କେନ୍ଦ୍ରପଡ଼ା, ପୁରୀ ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
Sambad is now on WhatsApp
Join and get latest news updates delivered to you via WhatsApp
ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, ପୁରୀ ଓ କଟକ ଆଦି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
୨୩ରୁ ୨୪ ତାରିଖ ମଧ୍ୟରେ ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳହାଣ୍ଡି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି। ସେହିପରି ୨୪ରୁ ୨୬ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡା, ସୋନପୁର, ସୁନ୍ଦରଗଡ଼, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ସମେତ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର,ବରଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।