ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିଭଳି ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ସୁବର୍ଣ୍ଣପୁର, ଦେବଗଡ଼, ବୌଦ୍ଧ ଓ ଝାରସୁଗୁଡ଼ା ଜିଲ୍ଲାରେ ମଧ୍ୟ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ।

ସମ୍ବନ୍ଧିତ ଖବର