ମକର ସଂକ୍ରାନ୍ତି ପାଇଁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର : ଆସନ୍ତା ବୁଧବାରଦିନ ପାଳନ କରାଯାଉଥିବା ମକର ସଂକ୍ରାନ୍ତି ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ସରକାରଙ୍କ ତରଫରୁ ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଛୁଟି ପାଇଁ ଅନୁମତି ଦେବାପରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।

ସମ୍ବନ୍ଧିତ ଖବର