ପାଣିପାଗ ସତର୍କତା : ଉପକୂଳ ଓଡ଼ିଶାରେ ବଜ୍ରପାତ ସହ  କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର  ବିଭିନ୍ନ ଜିଲ୍ଲା ବିଶେଷ କରି ଉପକୂଳ ଓଡ଼ିଶାର କେତେକ ଜିଲ୍ଲା ଏବଂ କୋରାପୁଟ, ମାଲକାନଗିରି, ଭବାନିପାଟଣା, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ କୁଆପଥର ମାଡ଼ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ବୋଲି  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏସବୁ ଜିଲ୍ଲାର କିଛି ସ୍ଥାନରେ ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ଏଣୁ ସନ୍ଧ୍ୟା ୭ ପୂର୍ବରୁ ବାହାରକୁ ଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭୁବନେଶ୍ବର ସମେତ ଉପକୂଳ ଓଡ଼ିଶାରେ  ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ହୋଇଥିଲା ।

 

 

ସମ୍ବନ୍ଧିତ ଖବର