ଜୟନାରାୟଣଙ୍କ ଜାମିନ ଶୁଣାଣି ଜୁଲାଇ ୩ରେ

କଟକ : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଜୟ ନାରାୟଣ ମିଶ୍ରଙ୍କ ନିୟମିତ ଜାମିନ ଆବେଦନର ପରବର୍ତ୍ତୀ ଶୁଣାଣି ଜୁଲାଇ ୩ରେ ହେବ। ପୂର୍ବରୁ ତାଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ମଞ୍ଜୁର କରିଥିଲେ। ଶ୍ରୀ ମିଶ୍ରଙ୍କୁ ସ୍ୱାସ୍ଥ୍ୟଗତ କାରଣରୁ ଜୁନ୍‌ ୨୯ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଥିଲା। ଆଜି ଜଷ୍ଟିସ ଜେ.ପି.ଦାସଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମାମଲାର ଶୁଣାଣି ହୋଇଥିଲା। ଅନ୍ତରୀଣ ଜାମିନ ମିଆଦ ଶେଷ ହେବା ପରେ ସେ ନିମ୍ନ ଅଦାଲତରେ ଆତ୍ମ ସମର୍ପଣ କରିବେ ଓ ଏ ସଂପର୍କିତ ଦସ୍ତାବିଜ ହାଇକୋର୍ଟରେ ପରବର୍ତ୍ତୀ ଶୁଣାଣଇ ପୂର୍ବରୁ ଦାଖଲ ହେବ। ଏପରି ପରିସ୍ଥିତିରେ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ମଙ୍ଗଳବାର କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଓ ସରକାରଙ୍କ ପକ୍ଷରୁ ଆଇନଜୀବୀ କରୁଣାକର ନାୟକ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧିତ ଖବର