ଓଡ଼ିଶାରେ ମୋବାଇଲ୍ ସେବା କ୍ଷେତ୍ରରେ ଏକ ନମ୍ବର ସ୍ଥାନ ହାସଲ କଲା ଜିଓ

ଭୁବନେଶ୍ୱର: ରିଲାଏନ୍ସ ଜିଓ ରାଜ୍ୟରେ ସର୍ବାଧିକ ସଂଖ୍ୟକ ମୋବାଇଲ୍ ଗ୍ରାହକ ଏବଂ ରାଜସ୍ୱରେ ସିଂହଭାଗ ବଜାର ଅଂଶ ସହିତ ଓଡ଼ିଶାର ଏକ ନମ୍ବର ମୋବାଇଲ୍ ସେବା ପ୍ରଦାନକାରୀ ସଂସ୍ଥା ହୋଇପାରିଛି ବୋଲି ନିକଟରେ ପ୍ରକାଶିତ ଭାରତୀୟ ଟେଲିକମ୍ ନିୟାମକ କର୍ତୃପକ୍ଷ (ଟ୍ରାଇ) ଉପଭୋକ୍ତା ତଥ୍ୟରୁ ଜଣାପଡ଼ିଛି ।

୨୦୧୬ ସେପ୍ଟେମ୍ବରରେ ରାଜ୍ୟରେ ସେବା ପ୍ରଦାନ ଆରମ୍ଭ କରିଥିବା ରିଲାଏନ୍ସ ଜିଓ ସାଢ଼େ ତିନି ବର୍ଷରୁ କମ୍ ସମୟ ଭିତରେ ଏୟାରଟେଲକୁ  ପଛରେ ପକାଇ ୧.୧୮ କୋଟି ମୋବାଇଲ୍ ଗ୍ରାହକ ହାସଲ କରି ରାଜ୍ୟର ଏକ ନମ୍ବର ମୋବାଇଲ ଅପରେଟର ହୋଇପାରିଛି । ଗ୍ରାହକ ସଂଖ୍ୟାରେ ଦ୍ରୁତ ଅଭିବୃଦ୍ଧି ବଜାୟ ରଖି ରିଲାଏନ୍ସ ଜିଓ ୨୦୧୯ ବର୍ଷରେ ଓଡ଼ିଶାରେ ୩୭ ଲକ୍ଷରୁ ଅଧିକ ନୂଆ ଗ୍ରାହକ ଯୋଡ଼ିଥିବା ଟାଇ ପକ୍ଷରୁ ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି । ରାଜ୍ୟରେ ଯେକୌଣସି ଟେଲିକମ୍ ସେବା ପ୍ରଦାନକାରୀଙ୍କ ତୁଳନାରେ ଏହା ସର୍ବାଧିକ ।

ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ସଦ୍ୟତମ ତଥ୍ୟ ଅନୁଯାୟୀ, ୨୦୧୯ ଡିସେମ୍ବର ୩୧ ସୁଦ୍ଧା ଓଡ଼ିଶାରେ ଏବେ ଜିଓର ୧.୧୮ କୋଟିରୁ ଅଧିକ ମୋବାଇଲ୍ ଗ୍ରାହକ ରହିଥିବା ବେଳେ ଏହା ପଛକୁ ଏୟାରଟେଲର ୧.୧୭ କୋଟି, ବିଏସଏନଏଲର ୬୦ ଲକ୍ଷ ଏବଂ ଭୋଡାଫୋନ୍ ଆଇଡିଆର ୩୪ ଲକ୍ଷ ମୋବାଇଲ୍ ଗ୍ରାହକ ରହିଛନ୍ତି । ଉଭୟ ଗ୍ରାହକ ସଂଖ୍ୟା ଏବଂ ରାଜସ୍ୱ ବଜାର ଅଂଶ ଦୃଷ୍ଟିରୁ ଓଡ଼ିଶାରେ ଅଗ୍ରଣୀ ଥିବା ଜିଓର ରାଜ୍ୟରେ ବର୍ତମାନ ପ୍ରୟ ୩୬% ଗ୍ରାହକ ବଜାର ଅଂଶ ରହିଥିବା ବେଳେ ୫୮% ରାଜସ୍ୱ ବଜାର ଅଂଶ (ଏଜିଆର) ରହିଛି ।

ସମ୍ବନ୍ଧିତ ଖବର