ହାଇକୋର୍ଟ ମୁଖ୍ୟ ବିଚାରପତି ଦାୟିତ୍ୱରେ ଜଷ୍ଟିସ୍‌ ଇନ୍ଦ୍ରଜିତ ମହାନ୍ତି

କଟକ : ବରିଷ୍ଠ ବିଚାରପତି ଜଷ୍ଟିସ ଇନ୍ଦ୍ରଜିତ ମହାନ୍ତି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱରେ ରହିବେ। ମୁଖ୍ୟ ବିଚାରପତି ଜଷ୍ଟିସ ଭିନିତ ସରନ ମଙ୍ଗଳବାର ଦିନ ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିବାକୁ ଥିବା ବେଳ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚରପତି ଭାବେ ରାଜସ୍ଥାନ ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ କେ.ଏସ୍‌.ଜାଭେରୀଙ୍କ ନିଯୁକ୍ତି ସଂପର୍କରେ ପୂର୍ବରୁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇ ସାରିଛି। ଜଷ୍ଟିସ ଜାଭେରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବା ପର୍ଯ୍ୟନ୍ତ ଜଷ୍ଟିସ ମହାନ୍ତି ମୁଖ୍ୟ ବିଚାରପତି କାର୍ଯ୍ୟାଳୟର ଦାୟିତ୍ୱରେ ରହିବେ ବୋଲି ଆଜି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଠାରେ ସୂଚନା ଯୋଗ୍ୟ ଯେ ୨୦୦୬, ମାର୍ଚ୍ଚ ୩୧ରେ ଜଷ୍ଟିସ ଇନ୍ଦ୍ରଜିତ ମହାନ୍ତି ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ।

ସମ୍ବନ୍ଧିତ ଖବର