କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର

କୋରାପୁଟ : ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଆଜି ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା। ପରୀକ୍ଷା ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିବା ଜଣାପଡିଛି। ଗତ ଦିନରେ ସେ ଅସୁସ୍ଥ ହେବାପରେ କୋରାପୁଟ ଏସଏଲଏନ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତି ହୋଇଥିଲେ। ସୁସ୍ଥ ହୋଇ ଘରକୁ ଫେରିଥିଲେ। ଏହାପରେ ନିୟମିତ ଭାବେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ସେହିକ୍ରମରେ ଆଜି ଜୟପୁର ମେଡିକାଲକୁ ଆଶା କର୍ମୀଙ୍କ ସହ ଡାକ୍ତରଖାନା ଆସିଥିଲେ।

ସମ୍ବନ୍ଧିତ ଖବର