ଜଷ୍ଟିସ୍ ଏମ୍‌.ଏମ୍‌.ଦାସ କମିସନ୍‌ କାର୍ଯ୍ୟକାଳ ବୃଦ୍ଧି ପାଇଁ ଚିଠି

କଟକ : ଚିଟ୍‌ଫଣ୍ତ୍‌ ମାମଲାର ତଦନ୍ତ କରୁଥିବା ଜଷ୍ଟିସ୍‌ ମଦନ ମୋହନ ଦାସ କମିସନ୍‌ଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଁ ସରକାରଙ୍କୁ ଚିଠି ଲେଖା ଯାଇଛି। କମିସନଙ୍କ ବର୍ଦ୍ଧିତ କାର୍ଯ୍ୟକାଳ ୨୦୧୯, ଅଗଷ୍ଟ ୪ରେ ଶେଷ ହେବାକୁ ଯାଉଥିବା ବେଳେ ତଦନ୍ତ ପ୍ରକ୍ରିୟା ଜାରି ରହିଛି। ଏପରିସ୍ଥଳେ କାର୍ଯ୍ୟକାଳ ବୃଦ୍ଧି ପାଇଁ କମିସନଙ୍କ କାର୍ଯ୍ୟାଳୟ ପକ୍ଷରୁ ଗୃହ ବିଭାଗକୁ ଚିଠି ଲେଖାଯାଇଛି। ପୂର୍ବରୁ କମିସନଙ୍କ ବର୍ଦ୍ଧିତ କାର୍ଯ୍ୟକାଳ ୨୦୧୯, ଫ୍ରେବୁଆରି ୪ରେ ସରିବାକୁ ଯାଉଥିବା ବେଳେ ୨୦୧୯, ଫେବ୍ରୁଆରି ୧ରେ ଗୃହ ବିଭାଗ ଆଉ ୬ ମାସ ବୃଦ୍ଧି ନେଇ ବିଜ୍ଞପ୍ତି ପ୍ରକାଶ କରିଥିଲା।

ସୂଚନାଯୋଗ୍ୟ ଯେ ଚିଟ୍‌ଫଣ୍ତ୍‌ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ୨୦୧୩, ଜୁଲାଇ ୯ ତାରିଖରେ ଜଣିକିଆ କମିସନ୍‌ ଗଠନ କରାଯାଇଥିଲା। ୨୦୧୩ରେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଆର‌୍‌.କେ.ପାତ୍ରଙ୍କୁ ତଦନ୍ତ ଦାୟିତ୍ବ ପ୍ରଦାନ କରାଯାଇଥିଲା। ଜଷ୍ଟିସ ପାତ୍ରଙ୍କ ପରଲୋକ ପରେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଏମ୍‌.ଏମ୍‌.ଦାସଙ୍କୁ ୨୦୧୫, ଫେବ୍ରୁଆରି ୫ ତାରିଖ ଦିନ ତଦନ୍ତ ଦାୟିତ୍ବ ଅର୍ପଣ କରାଯାଇଥିଲା। ପ୍ରଥମରୁ ୫ଟି ପ୍ରସ˚ଗରେ ତଦନ୍ତ ପାଇଁ କମିସନଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଥିଲା। ୨୦୧୫, ଫେବ୍ରୁଆରି ୨୦ରେ ସରକାରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିିରେ ପ୍ରାଥମିକ ପର୍ଯ୍ୟାୟରେ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀ (୧୦ ହଜାର ଟଙ୍କା ବା ତା’ଠାରୁ କମ୍‌ ନିବେଶ କରିଥିବା ବ୍ୟକ୍ତି)ଙ୍କ ଚିହ୍ନଟ ଓ ସେମାନଙ୍କ ଟଙ୍କା ଫେରସ୍ତ ପ୍ରକ୍ରିୟା ସ˚କ୍ରାନ୍ତରେ ପରାମର୍ଶ ପ୍ରଦାନ ପାଇଁ କମିସନଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଥିଲା। କମିସନଙ୍କ କାର୍ଯ୍ୟକାଳ ବିଭିନ୍ନ ସମୟରେ ବୃଦ୍ଧି କରାଯାଇଥିବା ବେଳେ ଇତିମଧୢରେ କ୍ଷୁଦ୍ର ଜମାକରୀଙ୍କ ପ୍ରସ˚ଗରେ ସରକାରଙ୍କୁ ୭ଟି ଅନ୍ତରୀଣ ରିପୋର୍ଟ କମିସନ୍‌ ପ୍ରଦାନ କରି ସାରିଛନ୍ତି। ଏବେ ୨୦୧୫, ଫେବ୍ରୁଆରି ୨୦ର ଅତିରିକ୍ତ ଟର୍ମ ଅଫ୍ ରେଫେରେନ୍ସ ଆଧାରରେ କ୍ଷୁଦ୍ର ଜମାକାରୀଙ୍କ ପ୍ରସଂଗରେ ତଦନ୍ତ ଜାରି ରହିଛି। ପରବର୍ତ୍ତୀ ସମୟ‌େର ମୂଳ ୫ଟି ଟର୍ମ ଅଫ୍ ରେଫେରେନ୍ସ ଆଧାରରେ ବୃହତ ଜମାକରୀଙ୍କୁ ଚିହ୍ନଟ କରାଯିବ। ଏଥି ସହିତ ନିକଟରେ ଦାଖଲ ହୋଇଥିବା ୭ ଲକ୍ଷ ସତ୍ୟପାଠ ଡିଜିଟାଇଜେସନ୍ ପରେ ପର୍ଯ୍ୟାୟକ୍ରମେ ଯାଞ୍ଚ ହେବ ଦର୍ଶାଇ କମିସନଙ୍କ କାର୍ଯ୍ୟାଳୟ ସୂତ୍ରରୁ କାର୍ଯ୍ୟକାଳ ବୃଦ୍ଧି ନେଇ ଚିଠି ଲେଖା ଯାଇଥିବା ସୂଚନା ମିଳିଛି।

ସମ୍ବନ୍ଧିତ ଖବର