ଆଜିଠାରୁ ୪ଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜିଠାରୁ ଚାରିଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି ବୋଲି ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆଜି ମୟୁରଭଞ୍ଜ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଗଜପତି ଓ ରାୟଗଡ଼ା ଆଦି ଜିଲ୍ଲାରେ ସାମାନ୍ୟ ବର୍ଷା ସହିତ କାଳବୈଶାଖୀ ଆଶଙ୍କା ରହିଥିବା ବେଳେ ଅନ୍ୟ ସବୁ ସ୍ଥାନ ଶୁଖିଲା ରହିବ।

Zee News

ସେହିପରି ୫ ତାରିଖରେ କେନ୍ଦୁଝର, ମୟୁଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, ମାଲକାନଗିରି, ନୂଆପଡ଼ା, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ଏବଂ ୬ ତାରିଖରେ ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡ଼ା, ଯାଜପୁର, ଗଞ୍ଜାମ, ନାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ୭ ଓ ୮ ତାରିଖରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡ଼ା, ଯାଜପୁର, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, କଟକ, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛଇ। ୯ ତାରିଖରୁ ପାଗ ମୁଖ୍ୟତଃ ଶୁଖିଲା ରହିବ। ୯ ତାରିଖରୁ ପାଗ ମୁଖ୍ୟତଃ ଶୁଖିଲା ରହିବ।

ସମ୍ବନ୍ଧିତ ଖବର