୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସମସ୍ତ ଜିଲ୍ଲାରେ ରହିଛି କାଳବୈଶାଖୀ ଜନିତ ଝଡ଼ପବନ ସହ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା,ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ କୁଆପଥର ବର୍ଷର୍ା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକମାନଙ୍କୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Photo Credit: Met Weather

ଏଥିସହ ଉପଗ୍ରହ ଚିତ୍ର ରାଡାର ସୂଚନାକୁ ଆଧାର କରି ଆଜି ଅପରାହ୍ଣ ସୁଦ୍ଧା ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଜିଲ୍ଲାର ବ୍ୟାପକ ଅଞ୍ଚଳରେ କାଳବୈଶାଖୀ ଜନିତ ଝଡ଼ପବନ ସହ କୁଆପଥର ବର୍ଷ ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ସମ୍ବନ୍ଧିତ ଖବର