୧୫ଟି ଜିଲ୍ଲାରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟର ୧୫ଟି ଜିଲ୍ଲାରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଏହି ୧୫ଟି ଜିଲ୍ଲା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲା ରହିଛି।

ତେବେ ବର୍ଷା ସହିତ ବିଜୁଳି ଘଡ଼ଘଡ଼ିକୁ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ମୟୁରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, କଳାହାଣ୍ଡି, କନ୍ଧମାଳ, ବୈଦ୍ଧ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଆସନ୍ତା କାଲିଠାରୁ ଦୁଇଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ଓ ବିଜୁଳି-ଘଡ଼ଘଡ଼ି ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆଜି ତାଳଚେର ଓ ଟିଟଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୧.୦ ଡିଗ୍ରି ଥିବା ବେଳେ ସୁନ୍ଦରଗଡ଼ରେ ୨୦.୦ ଡିଗ୍ରି ସେଲସିୟସ୍‌ ରହିଛି।

ସମ୍ବନ୍ଧିତ ଖବର