୧୬ରୁ ୨୦ ଯାଏଁ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ମଙ୍ଗଳବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି। ପାଣିପାଗ ବିଭାଗ ପକ୍ଷରୁ ସୁନ୍ଦରଗଡ଼, ଝାରସୁଗୁଡା,ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ୧୭ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ କାଳବୈଶାଖୀ ବର୍ଷା ହେବା ସହିତ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆଜି ରିପୋର୍ଟ ପ୍ରକାଶ ପାଇଛି।

ଏଥିସହିତ ୧୯ରେ ଉପକୂଳ ଓଡ଼ିଶା ଓ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କଳହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲାକାନଗିରି ଓ ୨୦ରେ ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କେନ୍ଦୁଝର, କଳାହାଣ୍ଡି ଓ କୋରାପୁଟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର