ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ୨୩ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ ପ୍ରକାଶ।
ତେବେ ୨୧ରୁ ୨୨ତାରିଖ ମଧ୍ୟରେ ରାଜ୍ୟର ସମ୍ବଲପୁର, ଝାରସୁଗୁଡା, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ନୂଆପଡ଼ା, କୋରାପୁଟ, ମାଲକାନଗିିରି ଓ ନବରଙ୍ଗପୁର ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ତେଣୁ ଏସବୁ ଜିଲ୍ଲାକୁ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2019/10/IMD-issues-heavy-rainfall-with-lightning-in-14-districts-of-Odisha-300x169.jpg)
ସେହିପରି ଆସନ୍ତା ୨୪ ଓ ୨୫ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହିତ ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାକୁ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ରିପୋର୍ଟ ପ୍ରକାଶ ପାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/10/download-1-19.jpg)